ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ଵର, ୧୭/୧୨: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରାଯାଇଛି। ତେବେ ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ଆଦର୍ଶ ବେହେରା ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି । ସେ କହିଛନ୍ତି ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ ଆର୍‌ଏସ୍‌ଏଫ୍ ର ୧୫ରୁ ୨୦ ଜଣ […]

ସଂପୂର୍ଣ୍ଣ ପଢନ୍ତୁ

ଗୁଣିଗାରେଡ଼ି ପାଇଁ ଖୋଳିଥିଲେ ଗାତ, ଚାଲିଗଲା ଜୀବନ

କେନ୍ଦ୍ରାପଡା, ୧୭/୧୨ : ଅନ୍ଧବିଶ୍ଵାସ ନେଲା ଜୀବନ। ଗ୍ରହ ଶାନ୍ତି ପୂଜା ବେଳେ ଅଘଟଣ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ । ମିଳିଥିବା ସୂଚନା ଅନୁଯାୟୀ ଜଗବନ୍ଧୁ ମହାରଣାଙ୍କ ଘରେ ଗୁଣି ଗାରେଡ଼ି ପାଇଁ ୧୦ ଫୁଟ ଗଭୀର ଗାତ ଭିତରେ ପୂଜା ଚାଲିଥିଲା।ଏହି ସମୟରେ ହଠାତ୍ ମାଟି ଧସି ଯାଇଥିଲା। ଫଳରେ ଜଗବନ୍ଧୁ ମାଟି ତଳେ ରହିଯାଇଥିଲେ। ଗ୍ରାମବାସୀମାନେ ଦୁଇ ଗୁଣିଆ ଙ୍କୁ ଅଟକ ରଖିଛନ୍ତି ।ପୁଲିସ୍‌ର […]

ସଂପୂର୍ଣ୍ଣ ପଢନ୍ତୁ

ଜାନୁଆରୀ ୬ରୁ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର, ୧୬/୧୨: ବର୍ତ୍ତମାନ୍ ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଏଥିଲାଗି ରାଜ୍ୟରେ ଏବେ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜାନୁଆରୀ ୬ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହେବ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଚିଲିକା, ନଳବନ, ମଙ୍ଗଳାଯୋଡ଼ି, ହୀରାକୁଦ ଏବଂ ନନ୍ଦନକାନନ ପରି ପ୍ରମୁଖ ସ୍ଥାନମାନଙ୍କରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଏହି ଗଣନା କାର୍ଯ୍ୟ କରାଯିବ।ଚଳିତ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ହେବ ଫାର୍ମା ହବ୍‌

ଭୁବନେଶ୍ୱର,୧୬/୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଫାର୍ମା ସମ୍ମିଳନୀରେ ମୋଟ ୪୨ଟି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହାଦ୍ୱାରା ମୋଟ ୩୮,୪୦୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ସଂପୂର୍ଣ୍ଣ ପଢନ୍ତୁ

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬/୧୨: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ ତାହା ଖାରଜ ହୋଇଛି। ଜେଲରେ ଦିନ କାଟୁଥିବା ବ୍ରହ୍ମପୁର ପୂର୍ୱତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ୱତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ, ଆଇନଜୀବୀ ତଥା ବିଜେଡି ନେତା ମଦନ ମୋହନ ଦଳାଇ, ବ୍ୟବସାୟୀ ସୁନିଲ ହୋତା ଓ ଶୂନ୍ୟ ଦାସଙ୍କ ଜାମିନ ଖାରଜ ହୋଇଯାଇଛି । ଗଞ୍ଜାମ ଜିଲା […]

ସଂପୂର୍ଣ୍ଣ ପଢନ୍ତୁ

ସରକାରୀ ପାଣ୍ଠିର ଅପବ୍ୟବହାର: କନିଷ୍ଠ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର, ୧୬/୧୨: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ ରତ୍ନେଶ କୁମାର ପାଣ୍ଡେ। ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ କରି ଜିପି ଉନ୍ନୟନମୂଳକ ପାଣ୍ଠିର ଅପବ୍ୟବହାର ଅଭିଯୋଗ ହୋଇଛି। ସେ ପିପିଲିସ୍ଥିତ ଏସବିଆଇ ଶାଖାରେ ଥିବା ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହାକୁ ସ୍ଥାନାନ୍ତର କରିଥିବା ଅଭିଯୋଗ ହୋଇଛି।ଏପର୍ଯ୍ୟନ୍ତ ତାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ନୂଆବର୍ଷରେ ପୁରୀରେ ଭକ୍ତଙ୍କ ସୃଙ୍ଖଳିତ ଦର୍ଶନ ନିମନ୍ତେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର, ୧୬/୧୨: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତଙ୍କ ପୁରୀକୁ ଆସିବାର ସମ୍ଭାବନା ରହିଛି । ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରୀକୁ ଲକ୍ଷାଧିକ ଭକ୍ତଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ସାରଳା ପବ୍ଲିକସ୍କୁଲ ର ଅଧ୍ୟକ୍ଷ ବରଦା ମହାନ୍ତି ଙ୍କ ପ୍ରଥମବାର୍ଷିକ ଶ୍ରାଦ୍ଧଉତ୍ସବ ପାଳିତ

ଝଙ୍କଡ଼, ୧୬/୧୨: ଝଙ୍କଡ଼ ସାରଳାପୀଠ କନକପୁର, ବସନ୍ତବଗିଚା ସ୍ଥିତ ସାରଳା ପବ୍ଲିକସ୍କୁଲ ର ପୂର୍ବତନ ଅଧ୍ୟକ୍ଷ ବରଦା ପ୍ରସାଦ ମହାନ୍ତି ଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧଉତ୍ସବ ଉପଲକ୍ଷେ ତାଙ୍କର ଜନ୍ମସ୍ଥାନ ରେ ଅନୁଷ୍ଠିତ ହୋଇଯାଇଛି l କନକପୁର ପଞ୍ଚାୟତ ର ପୂର୍ବତନ ସରପଞ୍ଚ ନମିତା ରାଉଳ ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି ଉପଲକ୍ଷେ ସ୍ମୃତିଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ, କୁ ସାରଦା ପ୍ରସାଦ ମହାନ୍ତି ନିମନ୍ତ୍ରିତ ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ l ଏଥିରେ ଭବାନୀ ଶଙ୍କର ଜେନା, […]

ସଂପୂର୍ଣ୍ଣ ପଢନ୍ତୁ

ସାଧାରଣ ଲୋକଙ୍କୁ ନ୍ୟାୟ ପ୍ରଦାନ ସୁନିଶ୍ଚିତ ପାଇଁ ‘ମଧ୍ୟସ୍ଥତା’ ପ୍ରଭାବଶାଳୀ ମାଧ୍ୟମ: ପ୍ରଧାନ ବିଚାରପତି

କଟକ, ୧୫/୧୨: ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ କରିବା ନ୍ୟାୟିକ ବ୍ୟବସ୍ଥାର ଲକ୍ଷ୍ୟ ହେବା ଉଚିତ। ଆଇନଗତ ତତ୍ତ୍ବ‌ରେ ନୁହେଁ, ସାଧାରଣ ନାଗରିକଙ୍କ ଜୀବନ୍ତ ଅନୁଭବରେ ଅଦାଲତର ଅସଲ ପରୀକ୍ଷା ନିହିତ ଥାଏ ବୋଲି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜ‌ଷ୍ଟିସ୍‌ ସୂର୍ଯ୍ୟ କାନ୍ତ କହିଛନ୍ତି। ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏସନ୍‌ ତରଫରୁ ସହିଦ ଭବନଠାରେ ‘ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ: ମାମଲା ଖର୍ଚ୍ଚ ଓ ବିଳମ୍ବ ହ୍ରାସ ପାଇଁ ରଣନୀତି’ ଶୀର୍ଷକ ଆଲୋଚନାଚକ୍ରରେ ପ୍ରଧାନ […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱର: ଆଗରୁ ଓଡ଼ିଶା ଲୋକଙ୍କୁ ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଯିବାକୁ ପଡ଼ୁଥିଲା। ହେଲେ ଆଉ ସେଭଳି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାବାସୀ। ଏହାର ସମାଧାନ ଲାଗି ରାଜ୍ୟ ସରକାର ପ୍ରଚେଷ୍ଟା କରିଛନ୍ତି। ଓଡ଼ିଶା ସରକାର ଭୁବନେଶ୍ୱରରେ ପ୍ରତିଷ୍ଠା କରିବେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର […]

ସଂପୂର୍ଣ୍ଣ ପଢନ୍ତୁ