ଶସ୍ତାରେ ଘର ବିକ୍ରି କରିବେ ସରକାର

ଭୁବନେଶ୍ବର, ୨୧/୧୧: ରାଜ୍ୟ ସରକାର ବସ୍ତିବାସୀଙ୍କୁ ଶସ୍ତାରେ ଘର ଯୋଗାଇ ଦେବେ। ଭୁବନେଶ୍ବରରେ ପ୍ରାଥମିକ ଭାବେ ୯୦ଟି ଘର ନିର୍ମାଣ ହୋଇଛି। ଏହି ଘରଗୁଡ଼ିକୁ ବସ୍ତି ଅଞ୍ଚଳରେ ରହୁଥିବା ଲୋକେ କିଣିବା ପାଇଁ ବ୍ୟବସ୍ଥା ହୋଇଛି। ପ୍ରାୟ ୧୪ରୁ ୫୦ଲକ୍ଷ ଟଙ୍କା ଭିତରେ ଘର ବିକ୍ରି କରାଯିବ। ଏହି ଲକ୍ଷ୍ୟ ପୂରଣ ହେଲେ ଆଗାମୀ ଦିନରେ ରାଜ୍ୟର ସବୁ ସହରାଞ୍ଚଳରେ ସରକାର ଘର ତିଆରି କରି ଯୋଗାଇବେ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧/୧୧: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡ଼ା ଏବଂ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକ ଗଣ ।ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ […]

ସଂପୂର୍ଣ୍ଣ ପଢନ୍ତୁ

ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା

ଭୁବନେଶ୍ୱର, ୧୯/୧୧: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ ପାଆନ୍ତୁ। କେହି ଜଣେ ବି ଯେପରି ଏଥିରୁ ବଞ୍ଚିତ ନହୁଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୧ ତମ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ […]

ସଂପୂର୍ଣ୍ଣ ପଢନ୍ତୁ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

ଭୁବନେଶ୍ୱର, ୧୯/୧୧: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ।ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା […]

ସଂପୂର୍ଣ୍ଣ ପଢନ୍ତୁ

୨୬୪ ଗ୍ରାମ୍‌ ବ୍ରାଉନ୍‌ ସୁଗାର ଜବତ ସହ ୨ ଗିରଫ

ଭୁବନେଶ୍ଵର, ୧୯/୧୧: ଧଉଳି ଶାନ୍ତିସ୍ତୁପ ତଳୁ ଧଳା ଜହର ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ୨୬୪ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଦୁଇ ବ୍ରାଉନ ସୁଗାର ବେପାରୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତମାନେ ପ୍ରଦୀପ କୁମାର ପାତ୍ର ଏବଂ ମହମଦ ସହନୱାଜ ହୁସେନ ବୋଲି ଜଣାପଡିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୨୭ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

ଭୁବନେଶ୍ୱର,୧୯/୧୧: ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ ୧୨ଟି ଦେଶର 40 ଜଣ ବିଦେଶୀ ପ୍ରତିନିଧି ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ସହିତ ଏକ ବୈଠକରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର […]

ସଂପୂର୍ଣ୍ଣ ପଢନ୍ତୁ

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର, ୧୯/୧୧: ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ ୨୯୯ ରନରେ ଓଡିଶା ହରାଇଛି। ପ୍ରଥମେ ବ୍ୟାଟିଂ କରି ଓଡିଶା ପ୍ରଥମ ଇନିଂସରେ ୨୭୫ ରନ କରିଥିଲା । ଏହାର ଜବାବରେ ନାଗାଲାଣ୍ଡ ୧୬୧ ରନ କରିବାକୁ ସକ୍ଷମ ହୋଇଥିଲା । ଦ୍ୱିତୀୟ ଇନିଂସରେ ଓଡିଶା ୫ ୱିକେଟ ବିନିମୟରେ ୩୫୦ ରନ କରି ପାରୀ ଘୋଷଣା କରିଥିଲା । ଅଧିନାୟକ ଶୁଭ୍ରାଂଶୁ ସେନାପତି(୧୩୭) ଓ ସ୍ୱସ୍ତିକ ସାମଲ (୧୬୯)ଶତକ ହାସଲ […]

ସଂପୂର୍ଣ୍ଣ ପଢନ୍ତୁ

ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର, ୧୯/୧୧:ଆସନ୍ତା ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଧାନ କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ମିଲରଙ୍କୁ ଗୋଦାମ ଖାଲି କରିବାକୁ ଦାୟିତ୍ଵ ଦିଆଯାଇଛି। ଗତ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଧାନ ଚାଷ ହୋଇଛି। ଯେଉଁମାନେ ପଞ୍ଜୀକରଣ କରିଛନ୍ତି। ସମସ୍ତଙ୍କ ଠାରୁ ଧାନ କିଣାଯିବ। ୩୨ଟି ମଡେଲ ମଣ୍ଡି ପାଇଁ ଟେଣ୍ଡର ଦିଆଯାଇଛି। ଏଥିପାଇଁ ୩୦୦ କୋଟି ଟଙ୍କା ବ୍ୟୟବରାଦ […]

ସଂପୂର୍ଣ୍ଣ ପଢନ୍ତୁ

ସାପ କାମୁଡିଲେ ୧୦ ଲକ୍ଷ

ଭୁବନେଶ୍ଵର, ୧୯/୧୧: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ।ବର୍ତ୍ତମାନ କ୍ଷତିପୂରଣ ରାଶି ୪ ଲକ୍ଷ ମିଳୁଥିବାବେଳେ ୧୦ ଲକ୍ଷ […]

ସଂପୂର୍ଣ୍ଣ ପଢନ୍ତୁ

ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୮/୧୧: ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ ଦେଇଛନ୍ତି । ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି । ଅଧିକ ଫିଲ୍ଡ ଭିଜିଟ୍‌ କରିବାକୁ ପରାମର୍ଶ ଦେଇଛନ୍ତି । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ କହିଛନ୍ତି । ଜିଲାସ୍ତରରେ ଲୋକଙ୍କ […]

ସଂପୂର୍ଣ୍ଣ ପଢନ୍ତୁ