ଆୟୁଷ୍ମାନ ଯୋଜନା ବ୍ୟୟବରାଦ ୪୭୫୩ କୋଟି

ଭୁବନେଶ୍ୱର, ୧୫ /୧୦: ରାଜ୍ୟରେ ଏପ୍ରିଲ୍‌ ୧୧ରୁ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହୋଇଛି। ନୂଆ ସରକାର ଆସିବା ପରେ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୩.୪୭ କୋଟି ହିତାଧିକାରୀ ସାମିଲ ହୋଇଥିବା‌େ‌ବଳେ ୧.୪୭ କୋଟି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯାଇଛି। ସେହିପରି ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ପଞ୍ଜିକୃତ ଚିକିତ୍ସାଳୟରେ ପ୍ରାୟ ୪,୦୫,୦୪୪ ହିତାଧିକାରୀ ଉପକୃତ ହୋଇଛନ୍ତି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ

ସାନ ଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫ /୧୦: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରାଠାରେ ପ୍ରାୟ […]

ସଂପୂର୍ଣ୍ଣ ପଢନ୍ତୁ

ଆର୍ଥିକ ଶୃଙ୍ଖଳା ସୁଦୃଢ଼ ପାଇଁ ଓଡ଼ିଶାର ପଦକ୍ଷେପ

ଭୂବନେଶ୍ଵର, ୧୪/୧୦: ଓଡିଶା ସରକାରଙ୍କ ଏକ ଅବିଚ୍ଛେଦ୍ୟ ଅଙ୍ଗ, ଆଭ୍ୟନ୍ତରୀଣ ଅଡିଟ୍, ଓଡ଼ିଶା ସଚିବାଳୟର ୨୮ଟି ପ୍ରଶାସନିକ ବିଭାଗରେ କାର୍ଯ୍ୟ କରୁଛି । ଏହା ପବ୍ଲିକ ମନିର ପ୍ରହରୀ ଭାବରେ କାର୍ଯ୍ୟ କରେ ଏବଂ ରାଜ୍ୟ ମଧ୍ୟରେ ଟଙ୍କାର ଅପବ୍ୟବହାର ଓ ଆତ୍ମସାତ ସମେତ ଆର୍ଥିକ ଅନିୟମିତତା ରିପୋର୍ଟ ପ୍ରଦାନ କରେ। ସମାନତା, ବୃତ୍ତିଗତ ତଦାରଖ ଏବଂ ସାଧାରଣ ଖର୍ଚ୍ଚର ତଦାରଖ ସୁନିଶ୍ଚିତ କରିବା ପାଇଁ ସମସ୍ତ ଆଭ୍ୟନ୍ତରୀଣ ଅଡିଟ୍ କର୍ମଚାରୀଙ୍କୁ ଅର୍ଥ ବିଭାଗ ଅଧୀନରେ କେନ୍ଦ୍ରୀଭୂତ […]

ସଂପୂର୍ଣ୍ଣ ପଢନ୍ତୁ

ଏମ୍‌ସ କର୍ମଚାରୀଙ୍କୁ ହତ୍ୟା ଘଟଣାରେ ୪ ଗିରଫ

ଭୂବନେଶ୍ଵର, ୧୪/୧୦: ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ମଙ୍ଗଳବାର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସୁଧାଂଶୁଙ୍କ ଦାଦା ଓ ତାଙ୍କ ପୁଅ ସମତେ ମୋଟ ୪ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ।ସୂଚନାଯୋଗ୍ୟ, ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରାଯାଇଥିଲା। ସେ ଭୁବନେଶ୍ଵର ଏମ୍‌ସରେ ଲ୍ୟାବ୍‍ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଦୁର୍ବୃତ୍ତମାନେ ସୁଧାଂଶୁଙ୍କୁ ୩ ରାଉଣ୍ଡ ଗୁଳି କରିଥିଲେ। ସୁଧାଂଶୁଙ୍କ ଘର […]

ସଂପୂର୍ଣ୍ଣ ପଢନ୍ତୁ

ସବୁଜ ହାଇଡ୍ରୋଜେନ୍ ହବ୍ ହେବ ପାରାଦ୍ଵୀପ

ଭୁବନେଶ୍ୱର, ୧୪/୧୦:କେନ୍ଦ୍ର ସରକାର ଜାତୀୟ ସବୁଜ ହାଇଡ୍ରୋଜେନ୍ ମିଶନ (ଏନଜିଏଚଏମ) ଅଧୀନରେ ପାରାଦୀପ ସମେତ ତିନୋଟି ପ୍ରମୁଖ ବନ୍ଦରକୁ ସବୁଜ ହାଇଡ୍ରୋଜେନ୍ ହବ୍ (ଜିଏଚଏଚ) ଭାବରେ ଚିହ୍ନଟ କରିଛନ୍ତି। ଅନ୍ୟ ଦୁଇଟି ବନ୍ଦର ଗୁଜରାଟ ଏବଂ ତାମିଲନାଡୁରେ ଅଛି। ଏନଜିଏଚଏମ ଭାରତକୁ ସବୁଜ ହାଇଡ୍ରୋଜେନ ଏବଂ ଏହାର ଡେରିଭେଟିଭ୍ସର ଉତ୍ପାଦନ, ବ୍ୟବହାର ଏବଂ ରପ୍ତାନିରେ ବିଶ୍ୱର ଏକ ସ୍ବତନ୍ତ୍ର ହାସଲ କରାଇବାକୁ ଚାହୁଁଛି। ଏହି ମିଶନ ଉତ୍ପାଦନ ଏବଂ ବ୍ୟବହାର ପାଇଁ ଗୁରୁତ୍ବପୂର୍ଣ୍ଣ ଭାବରେ କାର୍ଯ୍ୟ କରିବା […]

ସଂପୂର୍ଣ୍ଣ ପଢନ୍ତୁ

କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ

ଭୁବନେଶ୍ୱର, ୧୪/୧୦: କ୍ୟାପିଟାଲ ଥାନା ଘେରାଉ କରିଛନ୍ତି ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସମ୍ମୁଖରେ ଲମ୍ବା ଲାଇନରେ ଅଟୋ ସବୁ ଛିଡା ହୋଇଛି । ଫଳରେ ରାଜମହଲରୁ ଏଜି ଛକ ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ଜାମ୍‍ ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ସୂଚନା ଅନୁସାରେ କିଛି ଦିନ ତଳେ ଅନଲାଇନ ସ୍ମାର୍ଟସିଟି ଅଟୋ ଚାଳକ ସଂଘର ଜଣଙ୍କୁ ମାଡ ହୋଇଥିଲା । ଷ୍ଟେସନ ଅଟୋ ଚାଳକ ସଂଘର କିଛି ପିଲା ମାଡ ମାରିବା ନେଇ […]

ସଂପୂର୍ଣ୍ଣ ପଢନ୍ତୁ

ଜାତୀୟ ଶିକ୍ଷାନୀତି ଭାରତକୁ ଜ୍ଞାନର ବିଶ୍ୱଶକ୍ତିରେ ପରିଣତ କରିବ: ମୁଖ୍ୟମନ୍ତ୍ରୀ

ପୁରୀ, ୧୩/୧୦: ଜାତୀୟ ଶିକ୍ଷାନୀତି ୨୦୨୦ ହେଉଛି ଏକବିଂଶ ଶତାବ୍ଦୀର ପ୍ରଥମ ଶିକ୍ଷାନୀତି, ଯାହା ଆମ ଦେଶର ବିକାଶମୂଳକ ଆବଶ୍ୟକତାକୁ ସମାଧାନ କରିବାର ଲକ୍ଷ୍ୟ ରଖିଛି। ଏହା ଭାରତକୁ ଜ୍ଞାନର ବିଶ୍ଵଶକ୍ତିରେ ପରିଣତ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୋମବାର ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟଠାରେ ଆୟୋଜିତ ଜାତୀୟୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ ‘ଭାରତୀୟ ଜ୍ଞାନ ପରମ୍ପରା’ ସମ୍ପର୍କିତ ଆଲୋଚନା ଚକ୍ରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ଜାତୀୟ ଶିକ୍ଷାନୀତି […]

ସଂପୂର୍ଣ୍ଣ ପଢନ୍ତୁ

ନୂଆପଡା ଉପନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ

ଭୂବନେଶ୍ଵର, ୧୩/୧୦ ନୁଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଫଳରେ ଆଜିଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍‍ ଗ୍ରହଣ ହେବ, ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ଏମ୍ସ ଲ୍ୟାବ୍‍ ଆସିଷ୍ଟାଣ୍ଡ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିକରି ହତ୍ୟା

ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରିଥିବା ଜଣାପଡିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ସୁଧାଂଶୁଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।ମିଳିଥିବା ସୂଚନା ଅନୁସାରେ ଡ୍ୟୁଟି ଆସିବା ବେଳେ ଲ୍ୟାବ୍‍ ଆସିଷ୍ଟାଣ୍ଡ ସୁଧାଂଶୁ ଖୁଣ୍ଡିଆଙ୍କୁ ତିନି ରାଉଣ୍ଡ ଗୁଳି କରିଥିଲେ ଦୁର୍ବୃତ୍ତ । ସୁଧାଂଶୁଙ୍କ ଘର […]

ସଂପୂର୍ଣ୍ଣ ପଢନ୍ତୁ

ପଥରରେ ଛେଚି ଯୁବକଙ୍କୁ ହତ୍ୟା

ଭୁବନେଶ୍ଵର, ୧୩/୧୦: ରାଜଧାନୀ ଭୁବନେଶ୍ୱରରେ ପଥରରେ ଛେଚି ଯୁବକଙ୍କୁ ହତ୍ୟା କରାଯାଇଥିବା ପାରିପାର୍ଷିକ ଅବସ୍ତାରୁ ଜାଣିବାକୁ ମିଳିଛି। ରାଜଧାନୀର ଇନଫୋସିଟି ଥାନା ଅଞ୍ଚଳରେ ଘଟିଛି ଏଭଳି ଅମାନୁଷିକ ହତ୍ୟାକାଣ୍ଡ । ସଂପୃକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ଇନଫୋସିଟି ଥାନା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି ।ତେବେ ସ୍ଥାନୀୟ ଲୋକଙ୍କୁ ପୁଲିସର ପଚରାଉଚରା ପରେ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ହୋଇନଥିବା ଜଣାପଡିଛି । ଯୁବକଙ୍କ ମୁଣ୍ଡକୁ ପଥରରେ ଅତି ଅମାନୁଷିକ ଭାବେ […]

ସଂପୂର୍ଣ୍ଣ ପଢନ୍ତୁ