ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ରସୁଲଗଡ଼ ବ୍ରିଜରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏସନ୍ । ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ । ହତ୍ୟା ପରେ ମାରଣାସ୍ତ୍ରକୁ ଏକ ବ୍ୟାଗରେ ପୂରାଇ ଲିଙ୍ଗିପୁର ନିକଟ ଦୟାନଦୀକୁ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ। ଦୟାନଦୀରୁ ୨ଟି ଚାପଡ଼ ଜବତ କରିଛି ପୋଲିସ । ଗତକାଲି ଏହି ହତ୍ୟା ଘଟଣାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ନୟାଗଡ଼ ଶରଣକୂଳରୁ ଗିରଫ କରିଥିଲା ସ୍ପେଶାଲ ସ୍କ୍ବାଡ । ଗତକାଲି […]

ସଂପୂର୍ଣ୍ଣ ପଢନ୍ତୁ

କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE ପାଇଁ ପ୍ରସ୍ତୁତ ହେଉଥିବା ୨୦ ବର୍ଷୀୟ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣକ ଅଭିଷେକ ବୋଲି ଜଣା ପଡିଛି। ସେ ମଧ୍ୟପ୍ରଦେଶ ଗୁନା ଜିଲ୍ଲାର ବାସିନ୍ଦା ଥିଲେ। ଅଭିଷେକ ଗତ […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହାପରେ ଜନତା ମିଦାନରେ ଉପସ୍ଥିତ ଥିବା ସମସ୍ତ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ସେମାନଙ୍କୁ ଦେଶର ରାଷ୍ଟ୍ରଦୂତ ବୋଲି କହିଛନ୍ତି । ନିଜ ଅଭିଭାଷଣରେ ଓଡିଶାର ସଂସ୍କୃତି […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ ଓ ୟୁ । ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ […]

ସଂପୂର୍ଣ୍ଣ ପଢନ୍ତୁ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦୁଇ ସାଟେଲାଇଟ୍ ସୁରକ୍ଷିତ ଥିବା ମଧ୍ୟ ସୂଚନା ଦେଇଛି ଇସ୍ରୋ। ପୂର୍ବରୁ ୭ ତାରିଖରେ ଡକିଂ ପାଇଁ ସମୟ ଧାର୍ଯ୍ୟ ହୋଇଥିବା ବେଳେ ଏହାକୁ ମଧ୍ୟ […]

ସଂପୂର୍ଣ୍ଣ ପଢନ୍ତୁ

ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ ଉଦ୍ୟାନ ପରିଦର୍ଶନ କରି ଏହାର ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ । ହେଲେ ଏଥିପାଇଁ ସେମାନଙ୍କୁ କେବଳ ଅନଲାଇନରେ ନିଜର ନିଶୁଲ୍କ ପଞ୍ଜୀକରଣ କରିବାକୁ ପଡିବ । ଲୋକମାନେ ଓଡ଼ିଶା […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭ ପାଇଁ ଓଡିଶାରୁ ଚାଲିବ ୮ଟି ବସ୍, ମହିଳାଙ୍କୁ ମିଳିବ ୫୦% ରିହାତି

ମହାକୁମ୍ଭ ପାଇଁ ଚାଲିବ ୮ ଟି ବସ୍ । ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡିଶାରୁ ୮ଟି ବସ୍ ଯିବ । ଏନେଇ ସୂଚନା ଦେଲେ ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ତେବେ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ବସ୍ ବାହାରିବ ।  ୮ଟି ବସ୍ ଅଯୋଧ୍ୟା ଅଭିମୁଖେ ବାହାରିବ । ତେବେ ଯଦି ଆବଶ୍ୟକ ହୁଏ ତାହେଲେ ଅଧିକ ବସ୍ ଚଲେଇବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଅତିରିକ୍ତ ସଚିବ । […]

ସଂପୂର୍ଣ୍ଣ ପଢନ୍ତୁ

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସେ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ। ରତ୍ନଭଣ୍ଡାର ମରାମତି ସମ୍ପୂର୍ଣ୍ଣ ହେବା ମାତ୍ରେ ପରବର୍ତ୍ତୀ ସପ୍ତାହ ଠାରୁ ଗଣିତ […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ବିମାନବନ୍ଦର ସମ୍ମୁଖ, କ୍ୟାପିଟାଲ […]

ସଂପୂର୍ଣ୍ଣ ପଢନ୍ତୁ

ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ବସ୍ତି ବାସ୍ତିନ୍ଦା ବୋଲି ଜଣାପଡିଛି । ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ । ବ୍ରାଉନ୍‌ସୁଗାର ବ୍ୟବସାୟ ଏବଂ ପୂର୍ବ ଶତୃତାକୁ ନେଇ ଏହି […]

ସଂପୂର୍ଣ୍ଣ ପଢନ୍ତୁ