ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।