Neet Ug Results 750x430

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ରାଜ୍ୟ
Share

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି ।

ସେହିପରି, ଭୁବନେଶ୍ୱର ଜୋନରେ ମୋଟ ୮୩.୬୪ପ୍ରତିଶତ ପାସହାର ରହିଥିବା ବେଳେ ସେଥିମଧ୍ୟରୁ ୭୭.୦୫ ପ୍ରତିଶତ ଛାତ୍ରୀ ରହିଛନ୍ତି ଏବଂ ୮୦.୭୭ପ୍ରତିଶତ ଛାତ୍ର ପାସ କରିଛନ୍ତି । ଚଳିତବର୍ଷ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୩୨ହଜାରରୁ ଅଧିକ ଛାତ୍ରଛାତ୍ରୀ ପାସ କରିଛନ୍ତି ।

ଛାତ୍ରୀଛାତ୍ର ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ମାଧ୍ୟମରେ ରେଜଲ୍ଟ ଦେଖିପାରିବେ । ଏଥିସହ digilocker.gov.inରେ ମଧ୍ୟ ରେଜଲ୍ଟ ଉପଲବ୍ଧ ହେବ । ଏହାବ୍ୟତୀତ ଏସଏମଏସ ଓ ଉମଙ୍ଗ ଆପରେ ମଧ୍ୟ ଯାଞ୍ଚ କରିପାରିବେ ।
ଚଳିତ ବର୍ଷ ୧୬ଲକ୍ଷ ୩୩ହଜାର ୭୩୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ରେଜିଷ୍ଟ୍ରେସନ କରିଥିଲେ । ସେଥିମଧ୍ୟରୁ ୧୬ଲକ୍ଷ ୨୧ହଜାର ୨୨୪ରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଯେଉଁଥିରୁ ୧୪ଲକ୍ଷ ୨୬ହଜାର ୪୨୦ ଛାତ୍ରଛାତ୍ରୀ ପାସ୍‍ କରିଛନ୍ତି ।

Leave a Reply

Your email address will not be published. Required fields are marked *