Screenshot 2025 05 31 104455 750

ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍

ରାଜ୍ୟ
Spread the love

ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି।

ବ୍ରହ୍ମପୁର ଓ ଭୁବନେଶ୍ବର ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍‌। ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ଚଢ଼ାଉ ଜାରି ରହିଛି। ବ୍ରହ୍ମପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ବ୍ରହ୍ମପୁରର ଆର୍ ଆଣ୍ଡ ବି ଡିଭିଜନ-୧, ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ଘରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ କରାଯାଉଛି।

Leave a Reply

Your email address will not be published. Required fields are marked *