ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ରାଜ୍ୟ
Spread the love

ଜଗତସିଂହପୁର :  ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧୮ ଟି, ଆବାସ ଯୋଜନା ସମ୍ପର୍କୀୟ ୦୪ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୧ ଟି, ଭତ୍ତା ପାଇବା ପାଇଁ ୦୪ ଟି, ପୋଲିସ ସହାୟତା ପାଇଁ ୦୫ ଟି, ଏବଂ ଅନ୍ୟାନ୍ୟ ୦୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୬ ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସତ୍ୟବ୍ରତ ଦାଶ,ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୀପକ ପ୍ରସାଦ ସ୍ୱାଇଁ , ତହସିଲଦାର, ତିର୍ତ୍ତୋଲ , ଶ୍ରୀ ମହେଶ୍ୱର ବେହେରା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *