Xxx

ପୁଣି ଜନନୀ ଯନ୍ତ୍ରଣା ; ଖଟିଆରେ ବୁହା ହେଲେ ଗର୍ଭବତୀ

ରାଜ୍ୟ
Spread the love

କଲମପୁର : ସବୁଦିନିଆ ରାସ୍ତା ଖଣ୍ଡେ ନଥିବା ଯୋଗୁଁ ଦୁର୍ଗମ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡୁଛି ନାହିଁ ନଥିବା ଦୁର୍ଦ୍ଦଶା। ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରେନି ବୋଲି ଯନ୍ତ୍ରଣାରେ ଛଟପଟ ରୋଗୀ ତଥା ଗର୍ଭବତୀ। ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହେବା ଭଳି ଅନେକ ଘଟଣା ରୀତିମତ ଘଟି ଚାଲିଛି।  ଆଦର୍ଶ ଗ୍ରାମ ପଞ୍ଚାୟତ ଭାବେ ପରିଚିତ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୂନସୁ ବାର୍ଷିକୋଣା ଗାଁରେ। ଗାଁର ମହେନ୍ଦ୍ର ମାଝୀଙ୍କ ସ୍ତ୍ରୀ ରଞ୍ଜିତା (୨୨) ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଡାକ୍ତରଖାନା ନେବାପାଇଁ ଆମ୍ବୁଲାନ୍ସ ସହିତ ଯୋଗାଯୋଗ କରାଯାଇଥିଲା। କିନ୍ତୁ ଗାଁରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ ରାସ୍ତାରେ ଅଟକି ଅପେକ୍ଷା କରିଥିଲା। ଆଗକୁ ରାସ୍ତା ଠିକ୍ ନଥିବା ଯୋଗୁଁ ଆମ୍ବୁଲାନ୍ସ ଆଗକୁ ଯାଇପାରିନଥିଲା। ଗ୍ରାମବାସୀଙ୍କ ସହଯୋଗରେ ଖଟିଆରେ ବୁହାହୋଇ ପ୍ରାୟ ଦୁଇ କିଲୋମିଟର ଦୂରରେ ଅଟକି ଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇଥିଲେ। ପରବର୍ତ୍ତୀ ସମୟରେ ରଞ୍ଜିତା ଏକ କନ୍ୟା ସନ୍ତାକୁ ଜନ୍ମ ଦେଇଛନ୍ତି । ମାଆ ଓ ଶିଶୁ ଦୁହେଁ ସୁସ୍ଥ ଅଛନ୍ତି। ବାରମ୍ବାର ରାସ୍ତା ନିର୍ମାଣ ପାଇଁ ଦାବି କରିଥିଲେ ମଧ୍ୟ କେହି ପ୍ରଶାସନିକ ଅଧିକାରୀ ଗୁରୁତ୍ୱ ଦେଇନାହାନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

Leave a Reply

Your email address will not be published. Required fields are marked *