Images

ଆମ ସରକାର ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ରାଜ୍ୟ
Spread the love

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ମହାସଂଘ ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ବିଭିନ୍ନ ପ୍ରସ୍ତାବ ରଖିଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ଆମ ସରକାରଙ୍କର ପ୍ରାଥମିକତା ରହିଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ସମାଜର ୪ଟି ବର୍ଗଙ୍କ ଭିତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ ମଧ୍ୟ ଅଛନ୍ତି। ପ୍ରଧାନମନ୍ତ୍ରୀ ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଆମ ସରକାର ମଧ୍ୟ ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି।
ଜୀବନ ଜୀବିକା ସହିତ ସେମାନଙ୍କ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ଆଦିବାସୀ ଅଞ୍ଚଳ ଗୁଡିକର ସାମଗ୍ରିକ ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ଓ ଦକ୍ଷିଣ ଓଡିଶା ବିକାଶ ପରିଷଦ ଗଠନ କରାଯାଉଛି।
ଆଦିବାସୀ ସମାଜରୁ କୁସଂସ୍କାର ଦୂର କରିବା ପାଇଁ ମହାସଂଘକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଲୋଚନା ମାଧ୍ୟମରେ ସବୁ ସମସ୍ୟା ସମାଧାନ ହେବ ବୋଲି କହିଥିଲେ।
ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ମହାସଂଘର ସଭାପତି କର୍ମା ଲାକ୍ରା, ସାଧାରଣ ସମ୍ପାଦକ ଶରତ ଚନ୍ଦ୍ର ନାୟକ ଏବଂ ପ୍ରାୟ ୧୧ଟି ଜିଲ୍ଲାରୁ ସଦସ୍ୟ ମାନେ ଯୋଗଦେଇଥିଲେ।

Leave a Reply

Your email address will not be published. Required fields are marked *