Doctor 2

ରାଜ୍ୟରେ ନିଯୁକ୍ତି ପାଇବେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରା ମେଡିକାଲ ଷ୍ଟାଫ୍:ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
Spread the love

ଭୁବନେଶ୍ୱର : ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରାଯାଇଛି । ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ଏବଂ ୫ ହଜାରରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି ପାଇବେ । ମେଡିକାଲ କଲେଜରେ ପ୍ରଫେସର ପଦବୀ ମଧ୍ୟ ଖୁବ ଶୀଘ୍ର ପୂରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ପୂରଣ ପାଇଁ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ ।

ବିଭିନ୍ନ ମେଡିକାଲ କଲେଜରେ ପିଜି ସିଟ ସଂଖ୍ୟା ବୃଦ୍ଧି, ମେଡିକାଲ କଲେଜର ଭିତ୍ତିଭୂମି ବିକାଶ, ସ୍ୱାସ୍ଥ୍ୟ ସେବା ଛଡ଼ା ଅନ୍ୟାନ୍ୟ ଆବଶ୍ୟକୀୟ ପଦବୀ ପୂରଣ ଓ ଟେକ୍ନିକାଲ ଷ୍ଟାଫଙ୍କ ନିଯୁକ୍ତି ସମ୍ବନ୍ଧରେ ବୈଠକରେ ଗୁରୁତ୍ବ ଦିଆଯାଇଛି । ଦୁର୍ଘଟଣା ପ୍ରବଣ ଅଂଚଳରେ ଇଣ୍ଟିଗ୍ରେଟେଡ ଟ୍ରମା କେୟାର ସେଣ୍ଟର ସ୍ଥାପନ, ଯେଉଁ ସ୍ଥାନକୁ ଡାକ୍ତର ଯିବାପାଇଁ ଅରାଜି ହେଉଛନ୍ତି ସେହି ସ୍ଥାନରେ ଡାକ୍ତରଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ଏବଂ ଆୟୁଷ ଡାକ୍ତରଙ୍କ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ଡାକ୍ତରଙ୍କ ସମସ୍ୟା, ନିଯୁକ୍ତି, ବେତନ, ମେଡିକାଲ ଶିକ୍ଷାରେ ସିଟ ବୃଦ୍ଧି ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନେବାପାଇଁ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *