Cm Teacher 1140x545 1 750x430

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ରାଜ୍ୟ
Spread the love

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ଯେ ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି। ରାଜ୍ୟରେ ବର୍ତ୍ତମାନ ୪୫, ୨୯୨ ଟି ପ୍ରାଥମିକ ବିଦ୍ୟାଳୟରେ ୧, ୬୦, ୩୧୯ ଟି ଶିକ୍ଷକ ପଦବୀ ରହିଛି। ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯, ୩୬୬ ଟି ପଦବୀ ସୃଷ୍ଟି କରାଯିବ। ଏହା ସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ। ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ ଟି ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।

ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE, CHSE) କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଉଥିବା ବେଳେ ନବମ ଓ ଦଶମ ଶ୍ରେଣୀରେ କେବଳ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ପାଠ୍ୟପୁସ୍ତକ ଦିଆଯାଉଛି । ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *