ଭୁବନେଶ୍ବର, ୩/୯: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ମଞ୍ଚେଶ୍ୱର ଥାନାରେ ଅଟକ ଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି। ରାତି ଅଧରେ ଘରେ ପଶି ମାରଣାସ୍ତ୍ରରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ ସହ ଜୀବନରୁ ମାରିବାକୁ ଉଦ୍ୟମ କରିଥିବା ନେଇ ଥାନାରେ ଅର୍ଚ୍ଚନା ଅଭିଯୋଗ କରିଛନ୍ତି। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
