ଭୁବନେଶ୍ବର, ୪/୯ : କୋମାରେ ଅଛନ୍ତି ଅଭିଜିତ ମଜୁମଦାର, ସ୍ବାସ୍ଥ୍ଯାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରାଯାଇଛି ।ତେବେ ଏମ୍ସରେ ଭର୍ତ୍ତି ହେବା ପରେ ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ବାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା । ଏବଂ ଅଭିଜିତ ମଜୁମଦାରଙ୍କ ସାଥିରେ ଆସିଥିବା ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ସୂଚନା ଦେଇ କହିଥିଲେ ଯେ- ଅଭିଜିତ ଗୁରୁତର ଅଛନ୍ତି । ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ବ୍ରେନ ଏବଂ ଲିଭରରେ ସମସ୍ୟା ରହିଛି । ପାନକ୍ରିଆଜରେ ସମସ୍ୟା ଦେଖା ଦେଇଛି । ବିଭିନ୍ନ ଅଙ୍ଗରେ ସମସ୍ୟା ଦେଖା ଦେଇଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବ ।
