ଝଙ୍କଡ଼, ୬/୯: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମୂଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ରେ ଗୁରୁଦିବସ ପାଳିତ ହୋଇଯାଇଛି। ଛାତ୍ର ଛାତ୍ରୀ ମାନେ ଫୁଲ ଚନ୍ଦନ ଓ ଅକ୍ଷତ ଦେଇ ଗୁରୁଜୀ ଗୁରୂମl ଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ , ଅନୁଷ୍ଠାନର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା, ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାରଣା, ଶିକ୍ଷୟତ୍ରୀ ମୋନାଲିସା ଭଟ୍ଟ ଓ ଶିକ୍ଷକ ଅଶୋକ କୁମାର ବେହେରା ପ୍ରମୁଖ ଯୋଗଦେଇ , ଗୁରୁଦିବସ ର ମହତ୍ତ୍ଵ ଓ ତପ୍ତର୍ୟ୍ଯ ବିଷୟରେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।
