ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା ରାଜ୍ୟ
Spread the love

ନୂଆପଡ଼ା,୮/୯: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି।

ବିଧାୟକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

Leave a Reply

Your email address will not be published. Required fields are marked *