ବାମରା, ୧୩/୯: ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା -୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
