ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବିଧାନସଭାରେ ବଡ଼ ସୂଚନା

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର,୨୨/୯: ବିଧାନସଭାର ମୌସୁମୀ ଅଧିବେଶନର ସୋମବାର ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ପୁରୀ ବଳଙ୍ଗା ପୀଡ଼ିତା ନିଜେ କିରୋସିନି ଢ଼ାଳି ଦେହରେ ନିଆଁ ଲଗାଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗୃହରେ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଚିକିତ୍ସା ବେଳେ ମୃତ୍ୟୁକାଳୀନ ଜମାନବନ୍ଦୀରେ ଏହା କହିଥିଲେ। ଏପରିକି ଦିଲ୍ଲୀ କୋର୍ଟ ଏବଂ ଏମ୍ସ ଡାକ୍ତରଙ୍କ ଦ୍ବାରା ବୟାନ ରେକର୍ଡ ବେଳେ ମଧ୍ୟ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ ବୋଲି କହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *