ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ

ଜିଲା ଖବର ବ୍ରହ୍ମପୁର ରାଜ୍ୟ
Spread the love

ବ୍ରହ୍ମପୁର, ୩୦/୯: ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ଆଗାମୀ ୫ ଓ ୬ ତାରିଖରେ ହେବାବୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି। ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

ମିଳିଥିବା ସୂଚନା ମୁତାବକ, ଆନ୍ଧ୍ର ଶ୍ରୀକାକୁଲମରେ ଶତାଧିକ SI ପରୀକ୍ଷା ଆଶାୟୀଙ୍କୁ ଧରିଥିଲା ପୋଲିସ। SI ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥିବା ବେଳେ ଧରାପଡ଼ିଥିଲେ। ଏହି ଛାତ୍ରମାନଙ୍କୁ ଆଣି ପୁଲିସ ପଚରାଉଚରା କରୁଛି। 

Leave a Reply

Your email address will not be published. Required fields are marked *