ପଦ୍ମ ଧରିବେ ଜୟ ଢୋଲକିଆ, ନୂଆପଡ଼ାରୁ ହୋଇପାରନ୍ତି ବିଜେପି ପ୍ରାର୍ଥୀ!

ଜିଲା ଖବର ନୂଆପଡ଼ା ରାଜ୍ୟ
Spread the love

ଭୁବନେଶ୍ବର, ୧୧/୧୦: ନୂଆପଡ଼ା ଉପନିର୍ବାଚନରେ ବିଜେପି ଓ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ଆଲୋଚନା ଲାଗି ରହିଥିବା ବେଳେ ଏବେ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ନେଇ ଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ରାଜନୀତି ବେଶ ସରଗରମ ହୋଇଛି। ଜୟ ଢୋଲକିଆ କୁଆଡ଼େ ବିଜେଡି ନୁହେଁ , ବରଂ କ୍ଷମତାସୀନ ବିଜେପି ପକ୍ଷରୁ ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ଜୋର ଧରିଛି। ଆହୁରି ମଧ୍ୟ କୁହାଯାଉଛି ଯେ ଜୟ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟ ଢୋଲକିଆଙ୍କୁ ଦେଖିବାକୁ ମିଳିନଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ବିଜେପି ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା କୁହାଯାଉଛି। ତାଙ୍କୁ ବିଜେପି ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଜୟ ଢୋଲକିଆ ବିଜେପି ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ବିଜେପିର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି। ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

Leave a Reply

Your email address will not be published. Required fields are marked *