ନୂଆପଡା ଉପନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ

ଜିଲା ଖବର ନୂଆପଡ଼ା ଭୁବନେଶ୍ୱର ରାଜ୍ୟ
Spread the love

ଭୂବନେଶ୍ଵର, ୧୩/୧୦ ନୁଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଫଳରେ ଆଜିଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍‍ ଗ୍ରହଣ ହେବ, ଏବଂ ୧୪ରେ ଭୋଟ ଗଣତି କରାଯାଇ, ଫଳାଫଳ ପ୍ରକାଶ ପାଇବ । ୧୬ତାରିଖ ସୁଦ୍ଧା ସମଗ୍ର ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ନୂଆପଡାରେ ୩୫୮ଟି ମତଦାନ କେନ୍ଦ୍ର ରହିଛି । ସବୁ ମତଦାନ କେନ୍ଦ୍ରରେ ୱେବ୍‍ କାଷ୍ଟିଂ ବ୍ୟବସ୍ଥା କରାଯିବ । ବୁଥ୍‍ ଭିତରକୁ ମତଦାତାମାନେ ନିଜର ମୋବାଇଲ୍‍ ଫୋନ୍‍ ନେଇପାରିବେ ନାହିଁ।

Leave a Reply

Your email address will not be published. Required fields are marked *