ଭୁବନେଶ୍ୱର, ୧୫ /୧୦: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରାଠାରେ ପ୍ରାୟ ୧୩୪ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠା ହେବ।
