ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଜିଲା ଖବର ପୁରୀ ରାଜ୍ୟ
Spread the love

ପୁରୀ, ୧୫/୧୦: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୬ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।

୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

Leave a Reply

Your email address will not be published. Required fields are marked *