ଜୟ ଢୋଲକିଆ ବିଜେପିର ନୁଆପଡ଼ା ପ୍ରାର୍ଥୀ

ଜିଲା ଖବର ନୂଆପଡ଼ା ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର,୧୫/୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।ସେପଟେ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *