ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ

ଦେଶବିଦେଶ
Spread the love

ନୂଆଦିଲ୍ଲୀ, ୧୭/୧୦: ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ନୂଆ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ । ପ୍ରଥମେ ଶପଥ ଗ୍ରହଣ କରିଛନ୍ତି ହର୍ଷ ସାଂଘଭି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପ୍ରଥମେ ଗୃହମନ୍ତ୍ରୀ ଥିବା ହର୍ଷ ସାଂଘଭି ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି । ମଧ୍ୟାହ୍ନ ୧୨ଟା ୩୦ରେ ଗାନ୍ଧୀନଗରର ମହାତ୍ମା ମନ୍ଦିରରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ହର୍ଷଙ୍କ ସହି ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଶପଥ ନେଉଛନ୍ତି ।ନୂତନ କ୍ୟାବିନେଟ ଆଜି ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ନୂତନ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ ସମେତ ୨୭ ଜଣ ମନ୍ତ୍ରୀ ଅଛନ୍ତି। କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିବାବା ଜାଡେଜାଙ୍କୁ ମଧ୍ୟ ଏହି ନୂତନ କ୍ୟାବିନେଟରେ ସାମିଲ କରାଯାଉଛି।

Leave a Reply

Your email address will not be published. Required fields are marked *