ଭୁବନେଶ୍ୱର,୨୩/୧୦: ଏସ୍ଆଇ ନିଯୁକ୍ତି ସ୍କାମ୍ର CBI ତଦନ୍ତ ପାଇଁ ସୁପାରିସ । ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସମ୍ପୂର୍ଣ୍ଣ ପର୍ଦ୍ଦାଫାଶ ପାଇଁ ଶେଷରେ CBI ତଦନ୍ତ ସୁପାରିସ ହୋଇଛି। ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏପରି ବଡ଼ ନିଷ୍ପତ୍ତି ନେଇଛନ୍ତି।
