ଭୁବନେଶ୍ୱର, ୨୪/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ । ବାତ୍ୟା ଯୋଗୁ ୨୭ତାରିଖରୁ ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।୨୭ ତାରିଖରେ କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲାରେ ବର୍ଷା ହେବ । ଆସନ୍ତା ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ । ସେହସବୁ ଜିଲା ଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ । ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ । ୩୦ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।
