ଆସୁଛି ବାତ୍ୟା: ମନ୍ତ୍ରୀ କହିଲେ ଆମେ ପ୍ରସ୍ତୁତ ଅଛୁ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର ୨୪/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ । ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଆମେ ସବୁବେଳେ ପ୍ରସ୍ତୁତ ରହିଛୁ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଅଧିକ ରହିଛି । ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି । ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି ।

Leave a Reply

Your email address will not be published. Required fields are marked *