କ୍ୟାବିନେଟ ବୈଠକ: ୪ ବିଭାଗର ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର ରାଜ୍ୟ
Spread the love

ଭୂବନେଶ୍ଵର, ୨୬/୧୦: ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl।ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ଏହିଭଳି ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା।

Leave a Reply

Your email address will not be published. Required fields are marked *