ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ‘ସୁଭଦ୍ରା ଏକତା ପଦଯାତ୍ରା

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ବର,୧/୧୧: ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ‘ସୁଭଦ୍ରା ଏକତା ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ପଦଯାତ୍ରା ମାଷ୍ଟରକ୍ୟାଣ୍ଟିନ୍‌ଠାରୁ ଆରମ୍ଭ ହୋଇ ରାଜମହଲ ଛକ ପର୍ଯ୍ୟନ୍ତ ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ପଦଯାତ୍ରାରେ ସାମିଲ ହୋଇ ମହିଳାମାନଙ୍କୁ ସ୍ୱାବଲମ୍ବୀ କରି ସଶକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ମହିଳାମାନେ ଆତ୍ମନିର୍ଭରଶୀଳ ଓ ସଶକ୍ତ ହୋଇପାରିଲେ ଏକ ସମୃଦ୍ଧ ରାଜ୍ୟର ଭିତ୍ତି ପଡ଼ିବ ବୋଲି ସେ କହିଥିଲେ। ଏହି ଲକ୍ଷ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଉଦ୍ଦିଷ୍ଟ ସୁଭଦ୍ରା ଯୋଜନା ସରକାରଙ୍କ ଏକ ମହତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ।

Leave a Reply

Your email address will not be published. Required fields are marked *