ଐତିହାସିକ କଟକ ବାଲିଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ ଜିଲା ଖବର ମନୋରଞ୍ଜନ ରାଜ୍ୟ
Spread the love

କଟକ, ୫/୧୧: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଐତିହାସିକ କଟକ ବାଲିଯାତ୍ରା ବୁଧବାର ଉଦଘାଟିତ ହୋଇଯାଇଛି। ଏ ନେଇ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ।ବାଲିଯାତ୍ରାକୁ ଉଦଘାଟନ କରିବା ପରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ଅତିଥିବୃନ୍ଦ ବିଭିନ୍ନ ଷ୍ଟଲ ପରିଦର୍ଶନ କରିଥିଲେ। ପ୍ରଥମ ଦିନରେ ବାଲିଯାତ୍ରାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।

Leave a Reply

Your email address will not be published. Required fields are marked *