ପଞ୍ଚକର ଶେଷ ଦିନରେ ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଜିଲା ଖବର ପୁରୀ ରାଜ୍ୟ
Spread the love

ପୁରୀ, ୫/୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା ସହ ସୁରୁଖୁରୁରେ ସର୍ବସାଧାରଣ ଦର୍ଶନ ଚାଲିଛି । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ଲକ୍ଷ ଲକ୍ଷ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି । ମହାପ୍ରଭୁ ପ୍ରତିବର୍ଷ ୫ଥର ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଷ୍ଠିତ ସୁନାବେଶ ହେଉଛି ଐଶ୍ୱର୍ଯ୍ୟର ବେଶ । ଆଜିର ଦିନରେ ଅତୀତରେ ଓଡ଼ିଆ ସାଧବ ପୁଅମାନେ ମହାପ୍ରଭୁଙ୍କୁ ସ୍ମରଣ କରି ବିଦେଶକୁ ବୋଇତ ନେଇ ବାଣିଜ୍ୟ କରି ବିପୁଳ ଧନ ରତ୍ନ ଆଣି ମହାପ୍ରଭୁଙ୍କୁ ସମର୍ପିତ କରୁଥିଲେ ।ଆଜି କେବଳ ସିଂହଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ ତିନି ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ମାର୍କେଟ ଛକଠାରୁ ବ୍ୟାରିକେଡ କରାଯାଇଛି । ପ୍ରଶାସନ ଓ ପୁଲସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ପାଇଁ ୪୦ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *