ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଚକ୍ରାନ୍ତ’

ମନୋରଞ୍ଜନ ରାଜ୍ୟ
Spread the love

କଟକ, ୭/୧୧: ଲକ୍ଷେଶ୍ଵର ପ୍ରଡ଼କ୍ସନ ବ୍ୟାନରରେ ପ୍ରସ୍ତୁତ ତଥା ସୌରଭ ପାଢ଼ୀଙ୍କ ପ୍ରଯୋଜିତ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଚକ୍ରାନ୍ତ’ ର ପୋଷ୍ଟ ପ୍ରଡ଼କ୍ସନ କାମ ଶେଷ ହୋଇଛି। ଆଗାମୀ ଜାନୁଆରୀରେ ଏହାର ଶୁଭମୁକ୍ତି ପାଇଁ ପ୍ରସ୍ତୁତ ହୋଇସାରିଛି। ଚଳଚ୍ଚିତ୍ରରେ ପ୍ରଥମଥର ପାଇଁ ଭୂମିକାଙ୍କ ସହିତ ନାୟକ ମଣ୍ଟୁ ନଜର ଆସୁଛନ୍ତି। ଚକ୍ରାନ୍ତର ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଭାର କାନ୍ଧେଇଛନ୍ତି ଅଭିଜ୍ଞ ନିର୍ଦ୍ଦେଶକ ପିନୁ ନାୟକ। କାହାଣୀ ରଚନା କରିଛନ୍ତି ଦିଶା ପାଢ଼ୀ ଏବଂ ସଂଳାପ ରଚନା କରିଛନ୍ତି ଜିତେନ୍ଦ୍ର କୁମାର ବରାଳ। ଗୀତ ଡଃ ନିର୍ମଳ ନାୟକ ଏବଂ ଡଃ ରଘୁନାଥ ସାହୁ ରଚନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର।ଚିତ୍ରତ୍ତୋଳନ ଦାୟିତ୍ଵରେ ସୁଦର୍ଶନ ସେନାପତି ଅଛନ୍ତି। କବିର ପ୍ରସାଦ୍ ନୃତ୍ୟ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସମ୍ପାଦନା କରିଛନ୍ତି ଆଗଧାଡିର ଏଡିଟର୍ ରାଜେଶ୍ ଦାସ୍। ନାୟକ ଶୁଭାଶିଷ ଶର୍ମା (ମଣ୍ଟୁ), ନାୟିକା ଭୂମିକା ଦାଶ, ହରିହର ମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ଧରିତ୍ରୀ ଖଣ୍ଡୁଆଳ, ସୁରଭି, ସୌମ୍ୟ ଶତପଥୀ, ଶୁଭମ ପାଢ଼ୀ, ସୁମନ ମହାନ୍ତି, କୁସୁମ ତ୍ରିପାଠୀ, ପ୍ରମୋଦ ରାଉତ, ତୁଷାର, ଉମାକାନ୍ତ, ନିରଞ୍ଜନ ନିରୁଆ, ପୁଣ୍ୟତୋୟା ମିଶ୍ର, କ୍ରିଷ୍ଣାରାଣୀ ଦାଶ ଏବଂ ଅତିଥି କଳାକାର ଭାବେ ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଅଭିନୟ କରୁଛନ୍ତି।

Leave a Reply

Your email address will not be published. Required fields are marked *