କଟକରେ ପୁରୁଣା କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ

କଟକ ଜିଲା ଖବର ରାଜ୍ୟ
Spread the love

କଟକ, ୮/୧୧: କଟକ ଜିଲ୍ଲାରେ ପୁଣି ଅଘଟଣ ଘଟିଛି। କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା ଓ ଜଣେ ଶିଶୁ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କର ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ଉପସ୍ଥିତ ଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

କମିସନରେଟ୍‌ ପୁଲିସ କହିଛି, ଆଜି ଅପରାହ୍‌ଣ ୪ଟା ୪୫ରେ ମଣିସାହୁ ଛକ ନିକଟରେ ଥିବା ଏକ ଆପାଟ୍‌ମେଣ୍ଟର ଅଂଶବିଶେଷ ଭୁଶୁଡ଼ିଥିଲା। ଭୁଶୁଡ଼ିଥିବା ଛାତର ଅଂଶବିଶେଷ ନିକଟରେ ଥିବା ବସ୍ତିର ଘର ଉପରେ ପଡ଼ିଥିଲା। ଫଳରେ ଯେଉଁ ଛୋଟ ଘରେ ଅବଶେଷ ପଡ଼ିଥିଲା, ସେଠାରେ ଏକ ପରିବାର ରହୁଥିଲେ। ଦୁର୍ଘଟଣା ସଂପର୍କିତ ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଥିଲେ। ସ୍ବାମୀ,ସ୍ତ୍ରୀ, ଜଣେ ମହିଳା ଓ ଦୁଇ ଛୋଟ ପିଲାଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ଡାକ୍ତରଖାନା ନିଆଯାଇଥିଲା। ସେଠାରେ ବାପା, ମା’ ଓ ଜଣେ ୫ ବର୍ଷର ଶିଶୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *