ଲାଲ୍‌ କିଲ୍ଲା ନିକଟରେ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଅପରାଧ ଦେଶବିଦେଶ
Spread the love

ଦିଲ୍ଲୀ, ୧୦/୧୧: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ଘଟିଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏଥିରେ ୨୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପୁଲିସ ଏବଂ ଅଗ୍ନିଶମ ବାହିନୀ ପଦକ୍ଷେପ ନେଇଛନ୍ତି। ବିସ୍ଫୋରଣ ପଛରେ କାହାର ହାତ ରହିଛି ତାହା ଜଣାପଡ଼ି ନ ଥିବାବେଳେ ଦିଲ୍ଲୀ ଏବଂ ମୁମ୍ବଇରେ ହାଇଆଲର୍ଟ ଜାରି କରାଯାଇଛି।ପୁରୁଣା ଦିଲ୍ଲୀର ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ୧ ନମ୍ବର ଗେଟ ପାଖରେ ଏକ କାରରେ ଏହି ଭୟଙ୍କର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡ଼ି ନାହିଁ। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ମାତ୍ର ବିସ୍ଫୋରଣ ଯୋଗୁ ପ୍ରାୟ ଆଖପାଖର ୧୦ଟି ଯାନବାହନ କ୍ଷତିଗ୍ରସ୍ତ ହୋଇଛି। ଏହା ଆତଙ୍କୀ କାର୍ଯ୍ୟକଳାପ କି ଅନ୍ୟ କିଛି ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଚଳାଇଛି। ଏହା ସହିତ ଏନଆଇଜ(ଜାତୀୟ ତଦନ୍ତକାରୀ ସଂସ୍ଥା) ଏବଂ ଏନଏସଜି ପକ୍ଷରୁ ତନାଘନା ଆରମ୍ଭ ହୋଇଛି।

Leave a Reply

Your email address will not be published. Required fields are marked *