ନୂଆପଡ଼ାରେ ଅପରାହ୍ନ ୫ଟା ସୁଦ୍ଧା ୭୫.୩୭% ମତଦାନ

ଜିଲା ଖବର ନୂଆପଡ଼ା ରାଜ୍ୟ
Spread the love

ନୂଆପଡ଼ା, ୧୧/୧୧: ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୭୫.୩୭% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି।ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।

ଅନ୍ୟପଟେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

Leave a Reply

Your email address will not be published. Required fields are marked *