ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

ଭୁବନେଶ୍ୱର ରାଜ୍ୟ ସୁନ୍ଦରଗଡ଼
Spread the love

ଭୁବନେଶ୍ୱର, ୧୯/୧୧: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ।ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ବେଳେ, ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ସୁରୁଖୁରୁରେ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା।

ବୈଠକରେ ଏ ସମ୍ପର୍କରେ ସମାଧାନ ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଅତ୍ୟନ୍ତ ଆବଶ୍ୟକ। ଏହାଦ୍ବାରା ରାଜ୍ୟର ଆର୍ଥିକ ବିକାଶ ହେବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ତେବେ, ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ କରାଯାଇ ସହମତି ଭିତ୍ତିରେ ଜମି ଅଧିଗ୍ରହଣ କରାଯିବ ବୋଲି ସେ କହିଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀର ଜଣେ ଉଚ୍ଚ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଲୋକଙ୍କ ସହିତ ଆଲୋଚନା ଜରିଆରେ ସବୁ ସମସ୍ୟାର ସମାଧାନ କରାଯିବ।

Leave a Reply

Your email address will not be published. Required fields are marked *