ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର,୨୧/୧୧: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡ଼ା ଏବଂ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକ ଗଣ ।ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଓଡ଼ିଶାର ଉନ୍ନତି ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ । ରାଜନୈତିକ ଦୃଷ୍ଟିକୋଣ ସହିତ ସାହିତ୍ୟ, ସଂସ୍କୃତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ ସେ ଥିଲେ ଏକ ଦୂରଦର୍ଶୀ ନେତୃତ୍ୱ । ତାଙ୍କ ଆଦର୍ଶ ଓ ତ୍ୟାଗ ସର୍ବଦା ଆମକୁ ପ୍ରେରଣା ପ୍ରଦାନ କରୁଥାଉ ।

Leave a Reply

Your email address will not be published. Required fields are marked *