ଦୋବଲ ୨୨/୧୧: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ନିକଟସ୍ଥ ମଠ ପରିଦର୍ଶନ କରିଥିଲେ। ଏହାପରେ ଦେଶର ପ୍ରଥମ ଗୃହମନ୍ତ୍ରୀ ତଥା ମହାନ ସ୍ବାଧୀନତା ସଂଗ୍ରାମୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରାରେ ସାମିଲ ହୋଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ତଥା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲା ସଭାପତି ଭଗବାନ ପଣ୍ଡା ଗୋହିରାଟିକିରି ଠାରୁ ଦୋବଲ କାଳୀ ବଜାର ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ଏହାଛଡ଼ା ସ୍କୁଲ କଲେଜ ଛାତ୍ରଛାତ୍ରୀ, ସ୍ଥାନୀୟ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରା ପରେ ଦୋବଲ କାଳୀପଡ଼ିଆରେ ଆୟୋଜିତ ସଧାରଣ ସଭାରେ ପହଞ୍ଚିଥିଲେ।ଧାମନଗରର ବିକାଶ ପାଇଁ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଲେ କେନ୍ଦ୍ରମନ୍ତ୍ରୀ।
ପ୍ରାୟ ୧୦୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପାଣ୍ଠିରୁ ୧୫ କୋଟି ଟଙ୍କାରେ ହେବାକୁ ଥିବା ଧାମନଗର ମହାବିଦ୍ୟାଳୟ ବିକାଶ ପ୍ରକଳ୍ପ, ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୪୬ କୋଟିରେ ଗୋହିରାଟିକିରି ନିକଟ ସେନାପତିଆ ପୋଖରୀର ପାରିପାର୍ଶ୍ବିକ ଉନ୍ନତିକରଣ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ଲୁଣିଆ ସହିଦ ସ୍ମାରକୀ ପୀଠର ଉନ୍ନତିକରଣ ଓ ଗୋହିରାଟିକିରିଠାରେ ୫ କୋଟି ଟଙ୍କା ବ୍ୟୟରେ ଗୋହିରାଟିକିରି ଗବେଷଣା କେନ୍ଦ୍ର ଓ ଆର୍ଟ ଗ୍ୟାଲେରୀ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।
ଧାମନଗରର ବିକାଶ ପାଇଁ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଲେ କେନ୍ଦ୍ରମନ୍ତ୍ରୀ। ପ୍ରାୟ ୧୦୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପାଣ୍ଠିରୁ ୧୫ କୋଟି ଟଙ୍କାରେ ହେବାକୁ ଥିବା ଧାମନଗର ମହାବିଦ୍ୟାଳୟ ବିକାଶ ପ୍ରକଳ୍ପ, ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୪୬ କୋଟିରେ ଗୋହିରାଟିକିରି ନିକଟ ସେନାପତିଆ ପୋଖରୀର ପାରିପାର୍ଶ୍ବିକ ଉନ୍ନତିକରଣ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ଲୁଣିଆ ସହିଦ ସ୍ମାରକୀ ପୀଠର ଉନ୍ନତିକରଣ ଓ ଗୋହିରାଟିକିରିଠାରେ ୫ କୋଟି ଟଙ୍କା ବ୍ୟୟରେ ଗୋହିରାଟିକିରି ଗବେଷଣା କେନ୍ଦ୍ର ଓ ଆର୍ଟ ଗ୍ୟାଲେରୀ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।
