ବିଧାନସଭାରେ ପୂର୍ବ ସରକାରକୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର ୨/୧୨: ବିଧାନସଭାରେ ଆଜି ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ୍‌ ସୁଦ୍ଧା ବିଜେଡି ୩ଟି ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ । ଆମେ ୧୭ମାସରେ ୨୨ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରିଛୁ । ବିଜେଡି ୧୬ଟି ସିଭିଲ୍‌ ପ୍ରୋଜେକ୍ଟ କରିଥିଲଶ, ଆମେ ୬୬ଟି ସମ୍ପୂର୍ଣ୍ଣ କରିଛୁ । ୩୭୩୩ଟି ସୋଲାର ପ୍ରୋଜେକ୍ଟ ଶେଷ କରିଥିଲେ, ଆମେ ୨୭୦୨ ପ୍ରୋଜେକ୍ଟ ସାରିଛୁ ।

ହର ଘର ଜଳ ଯୋଜନାରେ ୬୦୩୨ ପ୍ରୋଜେକ୍ଟ ସାରିଥିଲେ ପୂର୍ବ ସରକାର, ଆମେ ୪୭୯୧ କରିଛୁ । ୨୮,୩୫୦ ନଳକୂପ ବିଜେଡି କରିଥିଲା ବେଳେ ଆମେ ୨୨,୯୬୪ଟି କରିଛୁ । ଏହାସହିତ ପିଏମ୍‌ ଗତି ଶକ୍ତିରେ ବିଜେପି ୭୧ ହଜାର କିମି ପାଇପ୍‌ ଲାଇନ ବିଛାଇଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ରବି ନାଏକ । ବିଧାନସଭା ଚତୁର୍ଥ ଦିନରେ ଆଜି ପ୍ରଶ୍ନକାଳ ସ୍ୱାଭାବିକ ଚାଲିଥିଲା ।

Leave a Reply

Your email address will not be published. Required fields are marked *