ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ଅପରାଧ ରାଜ୍ୟ ସୁନ୍ଦରଗଡ଼
Spread the love

ସୁନ୍ଦରଗଡ, ୬/୧୨ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବର୍ଣ୍ଣା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ରୀ ଜଣକ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡିଯାଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ଉଦ୍ଧାର କରାଯାଇ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇନ୍ତି । ବର୍ତ୍ତମାନ୍ ପର୍ଯ୍ୟନ୍ତ ଆତ୍ମାହୁତି ଉଦ୍ୟମର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ସୁନ୍ଦରଗଡ଼ ଏସପି ପହଞ୍ଚିଥିବାବେଳେ ଏହି ଘଟଣାରେ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରାଯାଉଛି।

Leave a Reply

Your email address will not be published. Required fields are marked *