ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର: ଆଗରୁ ଓଡ଼ିଶା ଲୋକଙ୍କୁ ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କିମ୍ବା ହାଇଦ୍ରାବାଦ ଯିବାକୁ ପଡ଼ୁଥିଲା। ହେଲେ ଆଉ ସେଭଳି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାବାସୀ। ଏହାର ସମାଧାନ ଲାଗି ରାଜ୍ୟ ସରକାର ପ୍ରଚେଷ୍ଟା କରିଛନ୍ତି। ଓଡ଼ିଶା ସରକାର ଭୁବନେଶ୍ୱରରେ ପ୍ରତିଷ୍ଠା କରିବେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍‍ଡିଂରେ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ଓଡ଼ିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ।

ଅନ୍ତର୍ଜାତୀୟ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ନୂଆଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା । ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଉଛି।

Leave a Reply

Your email address will not be published. Required fields are marked *