ଖାଦ୍ୟ ବିଷକ୍ରିୟା : ପରିବାରର ୩ ମୃତ

ଅନୁଗୋଳ ରାଜ୍ୟ
Spread the love

ଅନୁଗୋଳ, ୨୨/୧୨: ଢେଙ୍କାନାଳ କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ । ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ଘଟିଛି । ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମା ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଛି । ଆଜି ସକାଳେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଗତକାଲି ରାତିରେ ମା ଗୋଲାପ ସାହୁ ,(୫୦) ବଡ଼ ପୁଅ ଭାରତ ସାହୁ(୩୦) ଓ ସାନ ପୁଅ ଲିଟୁ ସାହୁ(୨୧) ଚିକେନ୍ ଭାତ ଓ ପାଳଙ୍ଗ ଶାଗ ଖାଇ ଶୋଇଥିଲେ । ସକାଳେ ୩ ଜଣ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତଙ୍କର ମୃତ୍ୟୁ ଘଟିଛି

Leave a Reply

Your email address will not be published. Required fields are marked *