ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ ରାଜ୍ୟ
Spread the love

ଭଦ୍ରକ, ୨୪/୧୨ : ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତର ଘର ଭାଙ୍ଗିଛନ୍ତି ଉତ୍ତ୍ୟକ୍ତ ​‌ଲୋକେ। ପୀଡିତାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଥିବା ସ୍ଥାନରେ ପ୍ରଶାସନ ପକ୍ଷରୁ ଜେସିବି ଲଗାଇ ଜବରଦଖଲ ଉଚ୍ଛେଦ କରାଯାଉଛି। ସେପଟେ ଆଜି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ଛାନଭିନ୍ ଜାରି ରଖିଛି। ସେପଟେ ମୃତକଙ୍କୁ ନ୍ୟାୟ ଦାବିରେ ହାଟପଟି, ମଧୁବାବୁ ଛକ ଓ ବସ୍‌ଷ୍ଟାଣ୍ଡ ରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି।

Leave a Reply

Your email address will not be published. Required fields are marked *