ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ଆକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ଵର, ୩୦/୧୨: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ଆକ୍ରମଣ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ନିରୀହ ଓଡ଼ିଆ ପୁଅ ଉପରେ ବର୍ବରୋଚିତ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ। ଓଡ଼ିଶା ସରକାର ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର ତାମିଳନାଡୁ ପ୍ରଶାସନ ସହିତ ନିରନ୍ତର ଯୋଗାଯୋଗରେ ରହିଛନ୍ତି। ପୀଡ଼ିତଙ୍କୁ ଉତ୍ତମ ଚିକିତ୍ସା ଓ ସହାୟତା ଯୋଗାଇଦେବାକୁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *