ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନ କିଣା- ମନ୍ତ୍ରୀ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର, ୧/୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା । ଏନେଇ ଆଜି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି । ଏପର୍ଯ୍ୟଡ଼୍‌ତ ୧୦ଲକ୍ଷ ୫୦ହଜାର ମେଟ୍ରିକ ଟନ୍‌ ଧାନ କିଣା ହୋଇଥିବା ବେଳେ ୨ଲକ୍ଷ ୩୦ହଜାର ଚାଷୀ ଧାନ ବିକିଛନ୍ତି । ୧୮ଜିଲାରେ ଚାଲିଛି ଧାନ କିଣା, ୧୧ଲକ୍ଷ ଚାଷୀଙ୍କୁ ଟୋକନ ଦିଆଯାଇଛି । ଏହାସହିତ ଚାଷୀଙ୍କ ଆକାଉଣ୍ଟକୁ ୨୩୫୦କୋଟି ଟଙ୍କା ଯାଇଛି । ସବୁ ଚାଷୀଙ୍କ ଧାନ କିଣିବୁ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।ସେପଟେ ଓଡ଼ିଶାରୁ ୬ଲକ୍ଷ ମେଟ୍ରିକ ଟନ୍‌ ଚାଉଳ କେନ୍ଦ୍ର ଉଠାଇବ, ସେଥିରୁ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଉଷୁନା, ଲକ୍ଷେ ମେଟ୍ରିକ ଟନ ଅରୁଆ ଉଠାଇବ କେନ୍ଦ୍ର ବୋଲି ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟରେ ମୋଟ ୭ଲକ୍ଷ ମେଟ୍ରିକ୍‌ ଟନ ଚାଉଳ ଅଛି । ବାକି ୧ଲକ୍ଷ ମେଟ୍ରିକ୍‌ ଟନ ଚାଉଳ ନିଲାମ କରାଯିବ । ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *