ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ବର, ୬/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା।

ସେ ଓଡ଼ିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି। ଲୋକଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

Leave a Reply

Your email address will not be published. Required fields are marked *