ବୋମା ଭୟ: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦେଶ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ଵର, ୮/୧: ସମ୍ବଲପୁର, କଟକ ଓ ଦେବଗଡ ଆଦି ବିଭିନ୍ନ ସ୍ଥାନର ଜିଲ୍ଲାସ୍ତରୀୟ କୋର୍ଟକୁ ବୋମା ଧମକ ଆସିଥିବା ଖବରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ପୁଲିସ୍‌ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ପରିସ୍ଥିତି ଉପରେ ନଜର ରଖିବାକୁ ପରାମର୍ଶ ଦେବା ସହିତ ଏଥିରେ ସମ୍ପୃକ୍ତ ଅପରାଧୀମାନଙ୍କୁ ତୁରନ୍ତ ଖୋଜି ବାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି , ସାଧାରଣ ଲୋକଙ୍କ ଧନଜୀବନର ସୁରକ୍ଷା କ୍ଷେତ୍ରରେ କୌଣସି କୋହଳ ମନୋଭାବ ପୋଷଣ କରାଯାଇପାରିବ ନାହିଁ। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେଇ ତଦନ୍ତ କରିବା ସହିତ ସମ୍ପୃକ୍ତ ସ୍ଥାନ ମାନଙ୍କୁ ଅଧିକାରୀମାନଙ୍କୁ ପଠାଇ ଏ ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରି ଏଭଳି ଘଟଣାର ମୂଳ ଉଦ୍ଦେଶ୍ୟକୁ ଜାଣିବା ଅତ୍ୟନ୍ତ ଆବଶ୍ୟକ । ଆଜି ସଂନ୍ଧ୍ୟାରେ ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘଟଣାର ସମ୍ପୂର୍ଣ୍ଣ ସମୀକ୍ଷା କରିବେ।

Leave a Reply

Your email address will not be published. Required fields are marked *