୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇଦେବେ ରାଜ୍ୟ ସରକାର

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର, ୯/୧: ନୂଆବର୍ଷରେ ଲୋକଙ୍କୁ ଘର ବାଣ୍ଟିବେ ରାଜ୍ୟ ସରକାର। ରାଜ୍ୟର ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇଦେବ ପଞ୍ଚାୟତିରାଜ ବିଭାଗ। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ଜାନୁଆରିରେ ପକ୍କା ଘର ବାଣ୍ଟିବେ ସରକାର। ପ୍ରଧାନମନ୍ତ୍ରୀ ଆବାସ ପାଇଁ ଆବେଦନ କରିଛନ୍ତି ୩୭ ଲକ୍ଷ ହିତାଧିକାରୀ।

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ଯେ, ଗରିବ ଓ ଭୂମିହୀନ ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧ। ଅନ୍ତୋଦୟ ଗୃହ ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏକ ଅଂଶ ଭାବେ ଆମେ ନିଶ୍ଚିତ କରିବୁ ଯେ ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ଏହି ଯୋଜନାରୁ ଲାଭ ପାଇବେ।

ସୂଚନାଯୋଗ୍ୟ, ରାଜ୍ୟର ପ୍ରାୟ ୨୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା ଅନ୍ତର୍ଗତ ସାମିଲ କରାଯିବ। ଏହା ସହିତ, ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *