ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୭ରୁ ସ୍କୁଲର ଖରା ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ତାରିଖରୁ ରାଜ୍ୟର ସମସ୍ତ ସରକାରୀଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ ବୋଲି କୁହାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନିଆ ଯାଇଛି | ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଓ ଜନଗଣନା କାମ ଜାରି ରହିବ |
ଆସନ୍ତା ୨୭ ତାରିଖରୁ ସ୍କୁଲ ଛୁଟି ଘୋଷଣା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ୨୭ ତାରିଖରୁ ଆସନ୍ତା ଜୁନ ମାସ ୧୭ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର, ପ୍ରଶିକ୍ଷଣ ଅନୁଷ୍ଠାନ ସବୁ ବନ୍ଦ ରହିବ ବୋଲି ଘୋଷଣା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ସୂଚନା ଦେଇଛନ୍ତି।
ଗତକାଲି ଏସଆରସିଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରୀଷ୍ମ ଅବକାଶକୁ ଅନୁମୋଦନ କରିଥିବା ନେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ସୂଚନା ଦେଇଛନ୍ତି।
